୮ ଜୁଲାଇ ୨୦୧୯ ସୋମବାର ,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ମହାଦେବଙ୍କ କୃପାରୁ ଏହି ୪ଟି ରାଶି ହେବେ ମାଲାମାଲ
1 min read
ମେଷ – ଆଜି ଆପଣ ବନ୍ଧୁଙ୍କ ସହିତ ଝଗଡ଼ା କରିବା ଦ୍ୱାରା ଚ଼ିନ୍ତାରେ ପଡ଼ିଯିବେ । ଏହି କଥା ପାଇଁ ଆପଣଙ୍କୁ ବହୁତ ଆଶ୍ଚର୍ଯ୍ୟ ଲାଗିବ ଏବଂ ବହୁତ ବୁଦ୍ଧିର ସହିତ ଆପଣଙ୍କୁ ଏହି ପରିସ୍ଥିତିକୁ ସମ୍ଭାଳିବା ପାଇଁ ପଡ଼ିବ । ଆଜି ଆପଣ ନିଜ ଘରର ସାଜସଜ୍ଜାକୁ ଗୋଟିଏ ନୂଆରୂପ ଦେବାକୁ ଚ଼ାହିଁବେ । ଏଥିରୁ ଆପଣ ନିଜ ଜୀବନରେ ମଧ୍ୟ ନୂଆ ଭାବନା ଅନୁଭବ କରିବେ, ଘରେ କରାଯାଇଥିବା ଏହି ପରିବର୍ତ୍ତନ ଆପଣଙ୍କର ନିଜ ଭିତରେ ଥିବା ପରିବର୍ତ୍ତନ କୁ ହିଁ ଦର୍ଶାଇବ ।ଆଜି କାର୍ଯ୍ୟରେ ସମ୍ପୂର୍ଣ୍ଣ ବ୍ୟସ୍ତ ରହିବେ। ଏଥିପାଇଁ ଧନ ଖର୍ଚ୍ଚ ମଧ୍ୟ ହୋଇପାରେ। ସରକାରୀ କାମରେ ସଫଳତା ମିଳିବ। ଦୂରରେ ରହୁଥିବା ବନ୍ଧୁଙ୍କଠାରୁ ଶୁଭ ସମାଚାର ମିଳିପାରେ। ପର୍ଯ୍ୟଟନର ସମ୍ଭାବନା ଅଛି |ଜଗନ୍ନାଥଙ୍କର ଆଶୀର୍ବାଦ ସହିତ ଆପଣ ନୂଆ କାର୍ଯ୍ୟର ପ୍ରାରମ୍ଭ କରି ପାରିବେ। ଚାକିରି କରୁଥିବା ଲୋକମାନଙ୍କ ପାଇଁ ଆଜିର ଦିନ ଶୁଭ ଅଟେ। ଆୟ ବୃଦ୍ଧି କିମ୍ବା ପଦୋନ୍ନତିର ଯୋଗ ଅଛି |ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।
ବୃଷ – ଆଜି ଆପଣଙ୍କର କରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । କରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ପାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି । ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ । ସରକାରୀ ଲାଭର ଆଶା ରଖିପାରନ୍ତି। ଗୃହସ୍ଥ ଜୀବନରେ ସୁଖ- ଶାନ୍ତି ରହିବ। ଉଚ୍ଚ ପଦାଧିକାରିମାନଙ୍କର ପ୍ରୋତ୍ସାହନ ଆପଣଙ୍କ ଉତ୍ସାହ ବଢ଼ାଇବ। ଅଧୂରା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଦାମ୍ପତ୍ୟଜୀବନରେ ମଧୁରତା ରହିବ। ସରକାରଙ୍କ ତରଫରୁ ଲାଭ ପ୍ରାପ୍ତି କରି ପାରିବେ।ପ୍ରତିକାର : ବାପା ମାଆଙ୍କୁ ପୂର୍ଣ୍ଣ ଆଦର ଓ ସତ୍କାର କରନ୍ତୁ
ମିଥୁନ – ଆଜି ଘରେ ବହୁତ କୋଳାହଳମୟ ପରିବେଶ ହେବ । ଘରେ ଏକା ସାଙ୍ଗରେ ବହୁତ କାର୍ଯ୍ୟ ହେବ । ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସି ପାରନ୍ତି । ଆପଣ ନିଜର ସବୁ ସମସ୍ୟାକୁ ଗୋଟିଏ ପଟେ ରଖି ନିଜ ସାଙ୍ଗ ସାଥିଙ୍କ ସହିତ ମଜ୍ଜା କରନ୍ତୁ । ଆପଣଙ୍କ ପରିବାର ଲୋକଙ୍କ ସାଙ୍ଗରେ ଆପଣଙ୍କ ସମ୍ପର୍କ ବହୁତ ମଧୁର ଅଟେ । ନିଜର ସମ୍ପର୍କ ମଧୁର କରିବା ପାଇଁ ଆପଣ ବହୁତ ଚ଼େଷ୍ଟା କରିଛନ୍ତି, ଚ଼େଷ୍ଟା ଜାରି ରଖନ୍ତୁ ।ଆଜି ଆପଣ ଏକାଗ୍ରତା ଅନୁଭବ କରିବେ। ନିଜର କାମକୁ ଠିକ୍ ଭାବରେ କରିବା ପାଇଁ ପ୍ଲାନିଙ୍ଗ କରିପାରନ୍ତି। ଧାର୍ମିକ କାର୍ଯ୍ୟଗୁଡ଼ିକ ପଛରେ ଖର୍ଚ୍ଚ ହେବ। କଚେରୀର କାମରେ ଅତ୍ୟଧିକ ସାବଧାନ ରହିବାର ଆବଶ୍ୟକତା ଅଛି,ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।
କର୍କଟ – ଆପଣଙ୍କୁ ଆପଣଙ୍କ ଦଳର ସମର୍ଥନ ମିଳିପାରିବ ,ଯଦି ଆପଣ ନିଜର ବିଚାରକୁ ସେମାନଙ୍କ ଆଗରେ ବ୍ୟକ୍ତ କରିବେ । ଆପଣ ନିଜେହିଁ ସବୁକାମ କରି ପାରିବେ କିନ୍ତୁ ନିଜ କାର୍ଯ୍ୟକୁ ଦଳ ମଧ୍ୟରେ ସମାନ ପରିମାଣରେ ଭାଗକରି ଦିଅନ୍ତୁ । ଆଜି ଆପଣ ନିଜର ବନ୍ଧୁମାନଙ୍କ କଥା ନଶୁଣି ,ନିଜର ହୃଦୟ କଥା ଶୁଣନ୍ତୁ ।ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ ।ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚ଼ିତ୍ ।ଶାରୀରିକ ଏବଂ ମାନସିକ ରୂପରେ ସ୍ଵସ୍ଥତା ଏବଂ ସତେଜ ରହିବେ। ଆର୍ଥିକ ଦୃଷ୍ଟିରୁ ଆପଣଙ୍କ ଦିନ ଲାଭଦାୟୀ ରହିବ। ବନ୍ଧୁ ତଥା ମିତ୍ରମାନଙ୍କ ସହିତ ସୁରୁଚିପୂର୍ଣ୍ଣ ଭୋଜନର ଆନନ୍ଦ ନେବେ। ଏକାଧିକ ପର୍ଯ୍ୟଟନର ମଧ୍ୟ ଆୟୋଜନ ହେବାର ସମ୍ଭାବନା |ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।
ସିଂହ – କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । କିନ୍ତୁ ଆପଣଙ୍କ ଚାହିଁବା ମୁତାବେକେ ଏମିତି ହୋଇପାରୁ ନାହିଁ । ବୋଧହୁଏ ତାଙ୍କୁ ଅଧିକ ସମୟ ଲାଗିବ |କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଆଜି ନିଜକୁ ମଧ୍ୟ ନିୟନ୍ତ୍ରଣ ରଖିବାକୁ ବହୁତ ଆବଶ୍ୟକ ଅଛି। ଖାଇବା ପିଇବାର ଧ୍ୟାନ ଯଦି ନ ରଖିବେ ତେବେ ସ୍ଵାସ୍ଥ୍ୟ ଖରାପ ହେବାର ପୂରା-ପୂରା ସମ୍ଭାବନା ଅଛି,ପ୍ରତିକାର:- ମସୁର ଡାଲି ମନ୍ଦିରରେ ଦାନ କରନ୍ତୁ।
କନ୍ୟା – ଆପଣ ହଠାତ୍ ଏମିତି ଜଣେ ବ୍ୟକ୍ତି ସହ ଦେଖାହୋଇପାରନ୍ତି ଯିଏ ଆପଣଙ୍କୁ ବ୍ୟବସାୟିକ କିମ୍ବା ଆପଣଙ୍କର ଜୀବନ ସମ୍ବନ୍ଧୀୟ ଉପଦେଶ ଦେବେ । ନିଜର ଗୁରୁଜନମାନଙ୍କ ପାଖରୁ ଉପଦେଶ ନିଅନ୍ତୁ କାରଣ ସେମାନଙ୍କ ଅନୁଭବ ଆପଣଙ୍କୁ ବହୁତ ଲାଭବାନ କରାଇବ । ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ବ୍ୟାପାରରେ ଭାଗିଦାରୀ ସହିତ ସମ୍ବନ୍ଧ ଖରାପ ନ ହେଉ, ଏହାର ଧ୍ୟାନ ରଖିବେ। ବାଣୀ ଏବଂ ବ୍ୟବହାରକୁ ଆଜି ସଂତୁଳିତ ରଖିବାର ଆବଶ୍ୟକତା ଅଛି,ପ୍ରତିକାର : ପିତା ମାତାଙ୍କ ପରାମର୍ଶ ଗ୍ରହଣ କରନ୍ତୁ ।
ତୁଳା – ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ । ଆଜି କାଲି ନିଜ ଲୋକଙ୍କ ସାଂଗରେ ଆପଣଙ୍କର ସମ୍ପର୍କ ଭଲ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ ।ଆଜି ଆପଣ ନିଜର ପସନ୍ଦର ବିଷୟ ଉପରେ ଏବଂ ଅଧିକ ସୂଚନା ଏକାଠି କରିବାପାଇଁ ପ୍ରୟାସ କରିବେ। ଆପଣଙ୍କ କଳ୍ପନା ଏବଂ ସୃଜନଶକ୍ତିର ପ୍ରଗତିରେ ସନ୍ତୋଷ ଅନୁଭବ କରିବେ। ବ୍ୟର୍ଥ ବାଦ-ବିବାଦ କିମ୍ବା ଚର୍ଚ୍ଚାରେ ନ ପଡ଼ିବା ପାଇଁ ଉପଦେଶ,ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।
ବିଛା – ଆଜି ଆପଣଙ୍କ କାହାସହ ନୂଆ ସମ୍ପର୍କର ସ୍ଥାପନା ହୋଇପାରେ । ଦେଖନ୍ତୁ ଏ ସମ୍ପର୍କ ଆପଣଙ୍କୁ କେଉଁଠି ନେଇଯାଇଛି । ଏହା ସହ ସେ ବ୍ୟକ୍ତିଙ୍କୁ କୃତଜ୍ଞତା ଜଣାନ୍ତୁ ଯେ ଆପଣଙ୍କୁ ମାର୍ଗ ଦେଖାଇଛନ୍ତି । ଆପଣ ଏବଂ ଆପଣଙ୍କର ସାଙ୍ଗ ମଧ୍ୟରେ ଥିବା ସମ୍ପର୍କରେ ଅଧିକ ଦୃଢତା ଆସିବ ।ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ ।ମାନସିକ ଏବଂ ଶାରୀରିକ ଆଳସ୍ୟ ହୋଇପାରେ। ପରିବାରରେ ବଡ଼ମାନଙ୍କ ସହିତ ମନମାଳିନ୍ୟ ନ ହେଉ, ଏହାର ଧ୍ୟାନ ରଖିବେ। ମାତାଙ୍କର ସ୍ଵାସ୍ଥ୍ୟ ଖରାପ ହୋଇପାରେ। ଆର୍ଥିକ କ୍ଷତିଗ୍ରସ୍ତ ଏବଂ ସାର୍ବଜନିକ ଜୀବନରେ ମାନହାନି ନ ହେଉ ଏହାର ଧ୍ୟାନ ରଖିବେ,ପ୍ରତିକାର : କଳା କୁକୁରର ସେବା କରନ୍ତୁ ।
ଧନୁ – ଆଜି ଆପଣଙ୍କୁ ଆପଣଙ୍କ ପରିବାରର ପୂରା ସହଯୋଗ ମିଳିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ । କେବେ ଆପଣ ଭାବିଛନ୍ତି ଯେ କାହିଁକି ଆପଣଙ୍କ ଘରେ ଏତେ କଳି ହେଉଛି ? ବୋଧହୁଏ ଆପଣଙ୍କୁ ନିଜ କ୍ରୋଧ ସମ୍ବରଣ କରିବା ଉଚ଼ିତ୍ । ଆପଣ ନିଜ ପରିବାରବର୍ଗଙ୍କୁ ସମ୍ମାନ ପ୍ରଦର୍ଶନ କଲେ ସେମାନେ ମଧ୍ୟ ଆପଣଙ୍କୁ ପ୍ରତିଦାନରେ ଯଥୋଚ଼ିତ ସମ୍ମାନ ଦେବେ ।ଆଜି ଅଳ୍ପ ବ୍ୟସ୍ତ ରହିପାରନ୍ତି। ଏହା ପଛରେ ଧନ ଖର୍ଚ୍ଚ ମଧ୍ୟ ହେବ। ସରକାରୀ କାମରେ ସଫଳତା ମିଳିବ। ଦୂରରେ ରହୁଥିବା ପରିଜନମାନଙ୍କ ଶୁଭ ସମାଚାର ମିଳିପାରେ। ପର୍ଯ୍ୟଟନର ସମ୍ଭାବନା ଅଛି। ପ୍ରତିକାର:- କୌଣସି ଜିନିଷ କାହାଠାରୁ ମାଗଣାରେ ଗ୍ରହଣ କରନ୍ତୁ ନାହିଁ।
ମକର – ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ । ଆପଣ ଏବଂ ଆପଣଙ୍କର ସାଙ୍ଗ ମଧ୍ୟରେ ଥିବା ସମ୍ପର୍କରେ ଅଧିକ ଦୃଢତା ଆସିବ ।ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ । ଆଜି ଦିନରେ ମିଶ୍ରିତ ମାନସିକତା ଅନୁଭବ କରିବେ । ରୁଚି ସଂପନ୍ନ କାର୍ଯ୍ୟ କରି ମନକୁ ପ୍ରଫୁଲ୍ଲ ରଖନ୍ତୁ । ନାଚ , ଗୀତ ଅଧ୍ୟୟନ ଓ ବଂଧୁ ମାନଙ୍କସହ ବାର୍ତ୍ତାଳାପ ରହି କାର୍ଯ୍ୟରେ ସମୟ କଟାଇପାରନ୍ତି ।ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ଏଥିପାଇଁ ବିଚାରକରି କଥାହେବେ। କୁଟୁମ୍ବମାନଙ୍କ ସହିତ ଭୁଲ ବୁଝାବଣା ନ ସୃଷ୍ଟି ହେଉ ଏହାର ଧ୍ୟାନ ରଖିବେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବାକୁ ହେବ। ଶେୟାର-ସଟ୍ଟା ଆଦି ପ୍ରବୃତ୍ତିରେ ପୁଞ୍ଜି ନିବେଶ କରିପାରନ୍ତି,ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ
କୁମ୍ଭ – ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି । ଆଜି ଆପଣଙ୍କୁ ସଫଳତା ମିଳିବାର ବହୁମାତ୍ରାରେ ସଙ୍କେତ ଅଛି । ଯଦି ଆପଣଙ୍କୁ ନିଜ ସଫଳତା ପାଇଁ ଅନ୍ୟମାନଙ୍କ ଠାରୁ ସହାନୁଭୂତି ମିଳୁଛି, ତେବେ ବ୍ୟସ୍ତ ହୁଅନ୍ତୁ ନାହିଁ ।ଜଗନ୍ନାଥଙ୍କର ଆଶୀର୍ବାଦ ସହିତ ଆପଣ ନୂଆ କାର୍ଯ୍ୟଗୁଡ଼ିକର ପ୍ରାରମ୍ଭ କରି ପାରିବେ। ଚାକିରିରେ ଥିବା ଲୋକମାନଙ୍କ ପାଇଁ ଆଜିର ଦିନ ଶୁଭ ଅଟେ। ଆୟ ବୃଦ୍ଧି କିମ୍ବା ପଦୋନ୍ନତିର ଯୋଗ ଅଛି। ସରକାରୀ ଲାଭର ଆଶା ରଖିପାରନ୍ତି,ପ୍ରତିକାର:- ଗୁଡ଼ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।
ମୀନ – ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ ।ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ । କୌଣସି ଏକ ଅଶୋଭନୀୟ କଥାବାର୍ତ୍ତା ଉପରେ ନିୟନ୍ତ୍ରଣ ରଖନ୍ତୁ । କାରଣ ସାମାନ୍ୟ କଥାରେ ଆପଣ ଉତ୍ତେଜିତ ହୋଇ ପାରନ୍ତି ଓ ଝଗଡା ହୋଇପାରେ ।ଶାନ୍ତିର ସହ ନିଜର କାଯ୍ୟରେ ନିୟୋଜିତ ରୁହନ୍ତୁ ।କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଆଜି ନିୟନ୍ତ୍ରଣ ରଖିବାକୁ ବହୁତ ଆବଶ୍ୟକ ଅଟେ। ଖାଇବା ପିଇବାର ଧ୍ୟାନ ଯଦି ନ ରଖିବେ ତେବେ ସ୍ଵାସ୍ଥ୍ୟ ଖରାପ ହେବାର ପୂରା ସମ୍ଭାବନା ଅଛି ,ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।