October 22, 2024

Odia Express

Here, There and Everywhere

୨୫ ଜୁଲାଇ ୨୦୧୯ ଗୁରୁବାର ,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ମହାକାଳଙ୍କ କୃପା ରହିବ ଏହି ୨ଟି ରାଶି ଉପରେ ..

1 min read

ମେଷ:- ଆଜି ଆପଣ ସମାଜସେବା କରିବାକୁ ମନବଳାଇବେ । ଆଜି ଆପଣ ପଇସା ପତ୍ର କିମ୍ବା ସମୟ ଦେଇ ଆବଶ୍ୟକ କରୁଥିବା ଲୋକଙ୍କ ସାହାଯ୍ୟ କରିବାକୁ ଚ଼େଷ୍ଟା କରିବେ । ଦିନ ସରିଲେ ଆପଣ କାମ ପାଇଁ ବହୁତ ଖୁସି ହେବେ । ଆଜି ଆପଣଙ୍କ ଭାଗ୍ୟରେ ହଠାତ୍ ପରିବର୍ତ୍ତନ ହେବ । ଆପଣଙ୍କ କାର୍ଯ୍ୟ ଆପଣଙ୍କ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ କରିଦେବ ।ଆପଣଙ୍କ ଭଲ ଗୁଣ ଯୋଗୁଁ ଆଜି ଆପଣଙ୍କର ନୂଆ ବନ୍ଧୁ ହେବ ଏବଂ କିଛି ବ୍ୟବସାୟୀଙ୍କ ସହ ମଧ୍ୟ ଆପଣଙ୍କର ଭଲ ସମ୍ବନ୍ଧ ହୋଇପାରିବ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ଆର୍ଥିକ ସଙ୍କଟ ଦେଖାଦେଇ ପାରେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦରୁ ବଞ୍ଚିତ ହେବେ। ଶର୍ଦ୍ଦି ଓ ପିତ୍ତ ଦୋଷ ସାଙ୍ଗକୁ ଗୁହ୍ୟରୋଗ ସୃଷ୍ଟିହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ପ୍ରତିକାର– ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:- ଆଜି ଆପଣ ସବୁ କାର୍ଯ୍ୟ ଗୁଡ଼ିକ ସମାଜର କଲ୍ୟାଣ ଏବଂ ପରିବାରର କଲ୍ୟାଣ ନିମିତ୍ତ କରିବେ । ଆଜି ଆପଣ କିଛି ଦାନ କରିବେ, ଅଥବା ନିଜ ପ୍ରିୟଜନ ପାଇଁ ଉପହାର କିଣିବେ । ଆପଣଙ୍କର ଏହି କାର୍ଯ୍ୟ ପାଇଁ ଅବଶ୍ୟ କାହାକୁ ଲାଭ ମିଳିପାରିବ । ପରିଶେଷରେ ଆଜି ଆପଣଙ୍କ ବିଚ଼ାରରେ ସ୍ପଷ୍ଟତା ଆସିବ ଏବଂ କିଛି ଗମ୍ଭୀର ସମସ୍ୟା ବିଷୟରେ ଆପଣ ସ୍ପଷ୍ଟରୂପେ ଚ଼ିନ୍ତା କରିପାରିବେ । ସବୁ ସମସ୍ୟାର ସମାଧାନ ଏବେ ଆପଣଙ୍କୁ ପରିଷ୍କାର ରୂପେ ଦେଖାଯିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପ୍ରତିକାର– ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ମିଥୁନ:- ଆଜି ଆପଣ ନମ୍ରତାର ସହିତ ବ୍ୟବହାର କରନ୍ତୁ ଏବଂ ନିଜ ପ୍ରିୟଜନ ମାନଙ୍କ ସହିତ ସ୍ନେହପୂର୍ଣ୍ଣ ବ୍ୟବହାର କରନ୍ତୁ ସେମାନେ ଆପଣଙ୍କୁ ଆପଣଙ୍କର ବ୍ୟବହାର ପାଇଁ ଧନ୍ୟବାଦ ଦେବେ ଆଜି ଆପଣ ଅନୁଭବ କରିବେ । ଆଜି ଆପଣଙ୍କୁ ଏମିତି ପ୍ରଶଂସା ମିଳିବ ଯାହା ଆପଣ କେବେ ଆଶା କରି ନଥିବେ । ଆପଣ ନିସ୍ୱାର୍ଥ ଭାବରେ କରିଥିବା କାର୍ଯ୍ୟଯୋଗୁଁ ଆଜି ଆପଣଙ୍କୁ ସୁଫଳ ମିଳିବ । ଆପଣ ବୋଧହୁଏ ଏହା ଭାବିନଥିବେ ଯେ ଆପଣଙ୍କ ଉଚ୍ଚାଧିକାରୀ ଆପଣଙ୍କ ଉପରେ ନଜର ରଖିଛନ୍ତି । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ପ୍ରତିକାର– ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କର୍କଟ:- ଆପଣଙ୍କୁ କେହି ସାମାଜିକ କାମ ପାଇଁ ସାହାଯ୍ୟ ମାଗିଲେ ଆପଣ ତାହା ଅବଶ୍ୟ କରନ୍ତୁ । ଏଥିରୁ ଆପଣଙ୍କୁ ସନ୍ତୁଷ୍ଟି ମିଳିବା ସହିତ ସେମାନଙ୍କୁ ସାହାଯ୍ୟ ମଧ୍ୟ ମିଳିଯିବ । ଆଗକୁ ବଢ଼ନ୍ତୁ ଏବଂ ଏହି ଅନୁଭବର ମଜ୍ଜା ନିଅନ୍ତୁ ।  ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମନ ଓ ଶରୀର ଭଲ ରହିବ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର–ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ସିଂହ:- ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ । ଯେକୌଣସି କାରଣ ହେଉନା କାହିଁକି ଆପଣଙ୍କର ଦୁଶ୍ଚିନ୍ତା ରହିବ । ଧୈର୍ଯ଼୍ୟଧରି ସମୟ ବିତାନ୍ତୁ । ସେ ସମ୍ବନ୍ଧରେ ଅଧିକ ଚିନ୍ତା କରନ୍ତୁ ନାହିଁ । ସମସ୍ୟା ଆସିବ ଓ ଉନ୍ନତି ପାଇଁ ସମସ୍ୟାରୁ ନିଶ୍ଚିତ କିଛି ଶିଖିବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପ୍ରତିକାର–ଗାଈକୁ କିଛି ଖୁଆନ୍ତୁ।

କନ୍ୟା:- ଆଜି ଆପଣଙ୍କ ଘରେ କୌଣସି ସାମାଜିକ ଅନୁଷ୍ଠାନ ହୋଇପାରେ । ଏହା ଆପଣଙ୍କୁ ଏକ ଅବଶର ମିଳିବ । ସବୁ ଦୁଃଖ, ଚ଼ିନ୍ତା ଭୂଲି ନିଜ ପରିବାରର ଲୋକଙ୍କ ସହିତ ସମୟ କାଟିବା ପାଇଁ ଆପଣ ଏଥି ପାଇଁ ନିଜକୁ ସତେଜ ଅନୁଭବ କରିବେ । ଆଜି ଆପଣ ପରିବାରର ଲୋକଙ୍କ ଜୀବନରେ ସ୍ନେହ ଭରିଦିଅନ୍ତୁ । ଆଜିର ଦିନ ପରିବାର ଲୋକଙ୍କ ସହ କଟାଇବାର ଦିନ ଅଟେ । ଆପଣଙ୍କ ସ୍ନେହକୁ ଆପଣଙ୍କ ପରିବାର ଲୋକ ବୁଝିବେ । ଆଜି ଆପଣଙ୍କ ବିରତ୍ୱରେ ଦୃଢ଼ତା ଆସିବ । ରାଜନୀତିରେ ଫାଇଦା ଉଠାଇବେ। ପଢାପଢିରେ ମାନସିକ ଶାନ୍ତି ଓ ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର- ଗାଈକୁ କିଛିଖାଦ୍ୟ ଖାଇବାକୁ ଦିଅନ୍ତୁ।

ତୁଳା:- ଆଜି ଆପଣ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ । ହଠାତ୍ ଆପଣଙ୍କ ବନ୍ଧୁ ଆପଣଙ୍କୁ ସାକ୍ଷାତ କରିବାପାଇଁ ଆପଣଙ୍କ ଘରକୁ ଆସି ପାରନ୍ତି । ତାଙ୍କ ସାଥିରେ ଖୁସି ମଉଜ କରନ୍ତୁ । କିନ୍ତୁ ଆଜି ଆପଣ ନିଜ କାର୍ଯ୍ୟ ପ୍ରତି ମଧ୍ୟ ଧ୍ୟାନ ଦିଅନ୍ତୁ । ଆଜି ଆପଣ କୌଣସି ସ୍ୱାର୍ଥ ନଥିଲେ ସହାୟତା କରନ୍ତୁ । ଏଥିରୁ ଆପଣଙ୍କୁ ଖୁସି ମିଳିବ । ଆଜି ଆପଣଙ୍କ ପାଇଁ ସମ୍ପର୍କର ମହତ୍ତ୍ୱ ବହୁତ ଗୁରୁତ୍ତ୍ୱପୂର୍ଣ୍ଣ ହେବ । ନିଜ ପ୍ରିୟଜନମାନଙ୍କ ସହିତ ସମୟ କଟାଇଲେ ଆପଣଙ୍କୁ ବହୁତ ଖୁସି ଲାଗିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ। ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ପ୍ରତିକାର– ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବିଛା:– ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ । ଆପଣ ପରିବାର ସହ ଭ୍ରମଣ କରିବା ପାଇଁ ଯେଉଁ ଆଶା ବାନ୍ଧିଛନ୍ତି ସେଥିରେ କୌଣସି ବାଧାବିଘ୍ନ ସୃଷ୍ଟି ହୋଇପାରେ । ଯଦି ଆପଣ ଏହି ଭ୍ରମଣଟି ଚାଲୁରଖନ୍ତି, ସୃଷ୍ଟିହୋଇଥିବା ବାଧା ଆପଣଙ୍କୁ ନିରାଶ କରିବ । ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ।

ଧନୁ:– ଆଜି ଆପଣଙ୍କ ମନ କୌଣସି ସାମାଜିକ କାର୍ଯ୍ୟରେ ସହଯୋଗ ପାଇଁ ହେବ । ନିଜର ମନର କଥା ଶୁଣନ୍ତୁ ଏବଂ କୌଣସି ସମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ । ଏହି ଭଲ କାମ ପାଇଁ ଆପଣ ସାହାଯ୍ୟ କରୁଛନ୍ତି ସେମାନଙ୍କୁ ଏବଂ ଆପଣଙ୍କୁ ବହୁତ ଖୁସି ଲାଗିବ । ଆଜି ଆପଣ ସାରାଦିନ ସାଙ୍ଗମାନଙ୍କ ସହିତ କଟାଇବେ ଓ ବହୁତ ମଜା କରିବେ । ଏହି ସମୟରେ ଆପଣଙ୍କର ସମ୍ପର୍କ ଦୃଢ଼ ହେବା ସହିତ ଆପଣଙ୍କର ନିକଟତର ଲୋକ ଆପଣଙ୍କ ଖୁସିର କାରଣ ହେବେ । ଆଜିର ଦିନ ଆପଣ ବହୁତ ମଜା କରନ୍ତୁ । ସରକାରୀ କାମରେ ସଫଳତା ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର– ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମକର:– ଆଜି ଆପଣ କୌଣସି ସ୍ୱାର୍ଥ ନଥିଲେ ସହାୟତା କରନ୍ତୁ । ଏଥିରୁ ଆପଣଙ୍କୁ ଖୁସି ମିଳିବ । ଆଜି ଆପଣଙ୍କ ପାଇଁ ସମ୍ପର୍କର ମହତ୍ତ୍ୱ ବହୁତ ଗୁରୁତ୍ତ୍ୱପୂର୍ଣ୍ଣ ହେବ । ନିଜ ପ୍ରିୟଜନମାନଙ୍କ ସହିତ ସମୟ କଟାଇଲେ ଆପଣଙ୍କୁ ବହୁତ ଖୁସି ଲାଗିବ । ବହୁଦିନ ଧରି ଥିବା ସମସ୍ୟାର ସମାଧାନ ପାଇଁ ଆପଣ ଖୁସି ରହିବେ । ଆପଣ ଅନ୍ୟମାନଙ୍କ ସହିତ ମତାନ୍ତର ଥିବାର ଏ ସମସ୍ୟାର ସମାଧାନ ଦେଇପାରି ନଥିଲେ । ଯାହା ହେଉନା କାହିଁକି ବର୍ତ୍ତମାନ ଖୁସି ବଢାଇବାର ସମୟ । ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:– ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉନ୍ନତି ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:- କୌଣସି ଅସୁବିଧାରେ ପଡ଼ିବା ଆଗରୁ ନିଜକୁ ଦୂରେଇ ରଖନ୍ତୁ । ଜୀବନପ୍ରତି ସକାରାତ୍ମକ ଚ଼ିନ୍ତା ଧାରା ଏହି ସମୟରେ ଆବଶ୍ୟକ ଅଛି । ଆଜି ଆପଣ ନିଶ୍ଚୟ ନିଜର ଅଟଳ ବିଶ୍ୱାସ ଏବଂ ବୁଦ୍ଧିମତ୍ତା ଯୋଗୁଁ ସବୁ ସମସ୍ୟାର ସମାଧାନ କରିପାରିବେ ।  ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରତିକାର–ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

Leave a Reply

Your email address will not be published. Required fields are marked *