September 9, 2024

Odia Express

Here, There and Everywhere

ଦାନ୍ତର ସମସ୍ତ ସମସ୍ୟା ଦୂର କରିବାର ଉପାୟ – ଦାନ୍ତ ପୋକ ଲାଗୁଥିଲେ ନିଶ୍ଚୟେ ଏହି କଥା ଜାଣିରଖନ୍ତୁ – କାମରେ ଆସିବ ନିଶ୍ଚୟ..

ଭଗବାନ ପ୍ରଦାନ କରିଥିବା ଏହି ଶରୀରକୁ ସମସ୍ତେ ବହୁତ ଭଲପାଆନ୍ତି।ସମସ୍ତେ ନିଜ ଶରୀରର ଉପଯୁକ୍ତ ବିକାଶ ଓ ସୁନ୍ଦରତା ଉପରେ ବହୁତ ଗୁରୁତ୍ୱାରୋପ କରିଥାନ୍ତି।ସମସ୍ତ ନିଜ ଶରୀରକୁ ସୁନ୍ଦର ଓ ଆକର୍ଷକ କରିବାକୁ ଚାହାନ୍ତି।ଯାହା ଫଳରେ ନିଜକୁ ଆତ୍ମସନ୍ତୋଷ ମିଳିଥାଏ।ତେଣୁ ଏଥିପାଇଁ ନିଜର ଯତ୍ନ ଓ ଉପଯୁକ୍ତ ଖାଦ୍ୟର ଯଥେଷ୍ଟ ଆବଶ୍ୟକତା ରହିଛି।ଆମ ଶରୀରର ଉପଯୁକ୍ତ ଯତ୍ନ ଦ୍ୱାରା ଆମେ ଏହାକୁ ଆକର୍ଷକ କରି ପାରିବା।ଆମ ଶରୀରର ବିଭିନ୍ନ ଅଙ୍ଗ ପ୍ରତ୍ୟେଙ୍ଗ ମଧ୍ୟରେ ଦାନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ।ଏହା ମଧ୍ୟ ଆମ ଶରୀରର ମୁଖ୍ୟ ଭୂମିକା ଗ୍ରହଣ କରିଥାଏ।ଖାଦ୍ୟ ଚର୍ବନରେ ଏହା ବିଶେଷ ଭୂମିକା ଗ୍ରହଣ କରିଥାଏ।ଯାହାଦ୍ୱାରା ଖାଦ୍ୟ ହଜମ ପ୍ରକ୍ରିୟା ତ୍ୱରାନ୍ୱିତ ଓ ସାବଲୀଳ ହୋଇଥାଏ।ଦାନ୍ତ ମଧ୍ୟ ଆମ ମୁହଁର ସୌନ୍ଦର୍ଯ୍ୟକୁ ବୃଦ୍ଧି କରିଥାଏ।ହସିବା ସମୟରେ ଏହା ବହୁତ ସୁନ୍ଦର ଲାଗେ।

ଦାନ୍ତର ଦୁର୍ବଳତା ଶରୀରକୁ ମ୍ରିୟମାଣ କରିଥାଏ।ହଜମ ପ୍ରକ୍ରିୟାରେ ବାଧା ଉପୁଜିବା ସହିତ ମୁହଁ ଅସୁନ୍ଦରତାର ପ୍ରମୁଖ କାରଣ ଏହା ହୋଇଥାଏ।ଏହା ହଳଦିଆ ପଡିବା ମଧ୍ୟ ଆଦୌ ଭଲ ନୁହେଁ। ଦାନ୍ତର ଦୁର୍ବଳତା ବିଭିନ୍ନ ରୋଗର କାରଣ ହୋଇଥାଏ।ଏଥିପାଇଁ ବହୁତ ଲୋକ ବିବ୍ରତ ହୋଇଥାନ୍ତି ଓ ଏହି ଦାନ୍ତ ସମସ୍ୟା ମଧ୍ୟ ବହୁତ ଲୋକଙ୍କର ଚିନ୍ତାର ବିଷୟ ଅଟେ।ଏଥିପାଇଁ ବହୁତ ଔଷଧ ଓ ଆଧୁନିକ ଜିନିଷର ପ୍ରୟୋଗ ହୋଇଥାଏ।କିନ୍ତୁ ବର୍ତ୍ତମାନ ଆମେ ଘରୋଇ ଉପାୟରେ କିପରି ଆମ ଦାନ୍ତକୁ ଚମକ କରି ପାରିବା ଓ ହଳଦିଆ ହେବାରୁ ରୋକିବା ତାହା ତଳେ ବର୍ଣ୍ଣିତ ହୋଇଛି।

ଆଧୁନିକ ଉପଚାର ଠାରୁ ଘରୋଇ ଉପଚାର ବହୁତ ଫଳପ୍ରଦ ଓ ବିଶୁଦ୍ଧ ହୋଇଥାଏ।ଏହାର କିଛି ଖରାପ ପ୍ରଭାବ ଶରୀର ଉପରେ ପଡେନାହିଁ।ତେଣୁ ଘରୋଇ ପ୍ରଣାଳୀରେ ଦାନ୍ତର ଚିକିତ୍ସା ମଧ୍ୟ ବହୁତ ଲାଭଦାୟକ ଅଟେ।

ଏକ ପାତ୍ରରେ କିଛି ଗରମପାଣି ନେବ।ଓ ସେଥିରେ କିଛି ହଳଦୀ ମିଶାଇବ।ଓ ସେଥିରେ କିଛି ପିଜୁଳି ରସ ମିଶାଇବ।ଓ ଏହି ମିଶ୍ରଣକୁ ଦାନ୍ତରେ ଲଗାଇବ।ଏହା ଦାନ୍ତ ପାଇଁ ବହୁତ ଉପକାରୀ ଅଟେ।ଏହାକୁ ଲଗାଇବା ଦ୍ବାରା ଦାନ୍ତର ହଳଦିଆ ପଣ ଦୂର ହୋଇଥାଏ।

ସ୍ୱାସ୍ଥ୍ୟର ବ୍ୟତିକ୍ରମ ମାନସିକତା ଉପରେ କୁପ୍ରଭାଵ ପକାଇବା ସହିତ ବିଭିନ୍ନ କାର୍ଯ୍ୟରେ ଆଗ୍ରହ ତଥା ଉତ୍କଣ୍ଠା ରୂପକ ଅଶାଦ୍ରୁମ ମୂଳରେ କୁଠାରାଘାତ କରିଥାଏ।ତେଣୁ ଏକ ସୁସ୍ଥ ଓ ନିରୋଗ ସ୍ୱାସ୍ଥ୍ୟ ପ୍ରତ୍ୟେକ ବ୍ୟକ୍ତିଙ୍କ ପ୍ରୟୋଜନ ହୋଇଥାଏ।ତେଣୁ ପ୍ରତ୍ୟେକ ବ୍ୟକ୍ତି ସବୁବେଳେ ଏକ ସୁସ୍ଥ ଓ ଆରୋଗ୍ୟତା ପୂର୍ଣ୍ଣ ଜୀବନର ଆଶା ପୋଷଣ କରିଥାନ୍ତି।

ବର୍ତ୍ତମାନ କରୋନା ସମସ୍ୟା ସମଗ୍ର ବିଶ୍ୱରେ ଏକ ବିରାଟ ବିପଦ ରୂପେ ପ୍ରତିଭାତ ହୋଇଛି।ଲକଡାଉନ ସମସ୍ତଙ୍କ ଜୀବନକୁ କରିଛି ଭାରାକ୍ରାନ୍ତ ଓ ବିବ୍ରତପୂର୍ଣ୍ଣ।ଏଥି ସହିତ ବର୍ତ୍ତମାନ ପ୍ରାୟ ଅଧିକାଂଶ ବ୍ୟକ୍ତିଙ୍କ ପ୍ରଧାନ ସ୍ୱାସ୍ଥ୍ୟ ସମସ୍ୟା ହେଉଛି ବଦ ହଜମି।ଯାହାକି ଖାଦ୍ୟର ସଠିକ ହଜମ ନହେବା ଦ୍ଵାରା ହୋଇଥାଏ।ଯାହାକି ଶରୀରକୁ ମ୍ରିୟମାଣ କରିବା ସହିତ ଯନ୍ତ୍ରଣା ଦାୟକ ହୋଇଥାଏ।ଏହା କେବଳ ବୟସ୍କ ଲୋକଙ୍କୁ ନୁହେଁ ବରଂ ଛୋଟ ପିଲାଙ୍କୁ ମଧ୍ୟ ହୋଇଥାଏ।

Leave a Reply

Your email address will not be published. Required fields are marked *