June 23, 2025

Odia Express

Here, There and Everywhere

ବିଦୁର ନୀତି ସମ୍ପର୍କରେ ଜାଣନ୍ତୁ – ଏହି କାମଗୁଡିକ କଲେ ମିଳଇ ଅନେକ ସନମାନ ଓ ଯଶ – ନିଶ୍ଚୟ ଜାଣିରଖନ୍ତୁ ଏହି କଥା …

ଐଶ୍ୱରୀୟ ଆଶୀର୍ବାଦ ହିଁ ମଣିଷକୁ ଦିଏ ଆଶ୍ରୟ।ମନୁଷ୍ୟକୁ କଣ କରିବା ଉଚିତ ଓ କଣ କରିବା ଅନୁଚିତ ତାହା ଗ୍ରନ୍ଥ ପୁରାଣରେ ବର୍ଣ୍ଣିତ ହୋଇଛି।ମନୁଷ୍ୟ ସେସବୁକୁ ଅନୁସରଣ କରିବା ଦ୍ୱାରା ଜୀବନ ମଧୁମୟ ହୋଇଥାଏ ଓ ସତ ମାର୍ଗରେ ପରିଚାଳିତ ହୋଇଥାଏ।ସେହିପରି ଦେବିଗ୍ରନ୍ଥ ପୁରାଣରେ ମଧ୍ୟ ଏସବୁ ବର୍ଣ୍ଣିତ ହୋଇଛି।ଏହି ଲବନ୍ୟମୟୀ ସୃଷ୍ଟିରେ ମନୁଷ୍ୟର ଜନ୍ମ ହେଉଛି ଦୁର୍ଲ୍ଲଭ ତଥା ଅନନ୍ୟ।ଦୈବିକ ଆଶୀର୍ବାଦ ମନୁଷ୍ୟ ଜୀବନକୁ ସୁନ୍ଦର ଓ ମଧୁମୟ କରିଥାଏ।

ବିଦୁରଙ୍କ ପ୍ରଚଳିତ ନୀତି ମାନବ ସମାଜକୁ କରେ ଉଚିତ ସଂସ୍କାରରେ ଅଭିଷିକ୍ତ।ଓ ଏହାକୁ ଅନୁସରଣ କଲେ ସଦ୍ଭାବନାର ବିକାଶ ହୋଇଥାଏ।ଓ ସଦଗୁଣ ଉଦ୍ରେକ ହୋଇଥାଏ।ବୁଦ୍ଧି ମତା, ଇନ୍ଦ୍ରିୟ ନିଗ୍ରହ, ଶାସ୍ତ୍ର ଜ୍ଞାନ, ପରାକ୍ରମ,ଅଧିକ ନକହିବା, ଶକ୍ତି ଅନୁସାରେ ଦାନ,କୃତଜ୍ଞତା ଆଦି ଏହାର ଅନ୍ତର୍ଭୁକ୍ତ।ଏହି ସବୁ ଗୁଣ ମନୁଷ୍ୟକୁ କରିଥାଏ ମାର୍ଜିତ।

ଯେଉଁ ପୁରୁଷ କାମନା ଶୂନ୍ୟ ହୋଇଥାଏ ଅର୍ଥାତ କ୍ରୋଧ ରହିତ, ଅହଂକାର ରହିତ, ଓ ଲାଳସା ରହିତ ହୋଇଥାଏ ସେ ମୋକ୍ଷ ପ୍ରାପ୍ତି ହୋଇଥାଏ।ଏବଂ ଅତି ନିକଟରୁ ଭଗବାନଙ୍କ ସତ୍ତା ଅନୁଭବ କରିଥାଏ।ଯେଉଁ ବ୍ୟକ୍ତି ପ୍ରତ୍ୟେକ ପରିସ୍ଥିତିକୁ ସମାନ ମନେ କରିଥାଏ; ସୁଖ ଦୁଃଖ, ହାନି ଲାଭ ଆଦିରେ ବିଚଳିତ ହୁଏନାହିଁ ସେ ପ୍ରକୃତ ଜ୍ଞାନୀ ଅଟେ। ମୋକ୍ଷର ଦ୍ୱାର ଦେଶ ତା ପାଇଁ ଉନ୍ମୁକ୍ତ ହୋଇଥାଏ।ଯେଉଁ ବ୍ୟକ୍ତି କାହାକୁ ଶତ୍ରୁ ମନେ କରେନାହିଁ କି କାହା ଠାରୁ କିଛି ଆଶା ରଖେ ନାହିଁ ସେ ପରମାନନ୍ଦ ପ୍ରାପ୍ତି ହୋଇଥାଏ।ରାଗ ଦ୍ୱେଷ ରହିତ ମନୁଷ୍ୟ ପ୍ରକୃତ ଜ୍ଞାନୀ ଅଟେ।ଯେଉଁ ବ୍ୟକ୍ତି ପ୍ରଣୀ ମାନଙ୍କ ସହ ହିଂସା କରେ ନାସ୍ତିକ ଲୋକର ଘରେ ରୁହେ ଭୁଲ ମାର୍ଗରେ ଯାଏ, ସେ ନିଶ୍ଚୟ ନର୍କ ପ୍ରାପ୍ତି ହୋଇଥାଏ। ଏସବୁରୁ ଦୂରରେ ରହିଥିବା ବ୍ୟକ୍ତି ସ୍ୱର୍ଗ ପ୍ରାପ୍ତି ହୋଇଥାଏ।

ମନୁଷ୍ୟ ଜୀବନ ଏକ ଅଙ୍କାବଙ୍କା ତଟସ୍ୱିନୀ ସହିତ ତୁଳନୀୟ।ବିଭିନ୍ନ ପୁରାଣ ଓ ଗ୍ରନ୍ଥ ମଧ୍ୟରେ ଜ୍ୟୋତିଷ ଶାସ୍ତ୍ରର ସ୍ଥାନ ଅନନ୍ୟ ଅଟେ।ବୈଦିକ ଯୁଗରୁ ଜ୍ୟୋତିଷ ଶାସ୍ତ୍ର ମାନବ ଜୀବନକୁ ନିରନ୍ତର ସହାୟକ ହୋଇଆସିଛି।ଜ୍ୟୋତିଷ ଶାସ୍ତ୍ର ମାନବ ଜୀବନ ଶୈଳୀକୁ ଅନେକାଂଶରେ ସୁଗମ କରିଆସିଛି।ଏହାକୁ ମନୁଷ୍ୟ ଭାଗ୍ୟର ମୂଳଭିତ୍ତି ବୋଲି କହିଲେ ଅତ୍ୟୁକ୍ତି ହେବନାହିଁ।ଏହା ମନୁଷ୍ୟ ଜୀବନର ଅବିଛେଦ୍ୟ ଅଙ୍ଗ ରୂପେ ପ୍ରତିବିଦିତ ଓ ଏହା ଜୀବନକୁ ବିଭିନ୍ନ କ୍ଷେତ୍ରରେ ସହାୟ ହୋଇଥାଏ।

ବିଭିନ୍ନ ପୁରାଣ ଓ ଗ୍ରନ୍ଥ ମଧ୍ୟରେ ଜ୍ୟୋତିଷ ବିଦୁର ନୀତିର ସ୍ଥାନ ଅନନ୍ୟ ଅଟେ।ବୈଦିକ ଯୁଗରୁ ବିଦୁର ନୀତି ମାନବ ଜୀବନକୁ ନିରନ୍ତର ସହାୟକ ହୋଇଆସିଛି। ଏହା ମାନବ ଜୀବନ ଶୈଳୀକୁ ଅନେକାଂଶରେ ସୁଗମ କରିଆସିଛି।ଏହାକୁ ମନୁଷ୍ୟ ଭାଗ୍ୟର ମୂଳଭିତ୍ତି ବୋଲି କହିଲେ ଅତ୍ୟୁକ୍ତି ହେବନାହିଁ।ଏହା ମନୁଷ୍ୟ ଜୀବନର ଅବିଛେଦ୍ୟ ଅଙ୍ଗ ରୂପେ ପ୍ରତିବିଦିତ ଓ ଏହା ଜୀବନକୁ ବିଭିନ୍ନ କ୍ଷେତ୍ରରେ ସହାୟ ହୋଇଥାଏ।

Leave a Reply

Your email address will not be published. Required fields are marked *