June 6, 2025

Odia Express

Here, There and Everywhere

ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

1 min read

ଅନୁଗୁଳ – ଆଉ ମାତ୍ର ଦୁଇ ଦିନରେ ନେଇଥାନ୍ତେ ଅବସର,ଘରୁ ବାହାରିଲା ପୁଳା ପୁଳା ଟଙ୍କା ! ମୁଖ୍ୟଯନ୍ତ୍ରୀଙ୍କ ଘରୁ ୨ କୋଟିରୁ ଅଧିକ ଟଙ୍କା ଜବତ ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଗ୍ରାମ୍ୟ ଉନ୍ନୟନ ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ । ଦୁଇ ଦିନ ପରେ ନେଇଥାନ୍ତେ ଅବସର । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସ୍ଥିତ ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀଙ୍କ ଘରେ ଭିଜିଲାନ୍ସ ରେଡ଼ ।ଅନୁଗୋଳ ଜିଲ୍ଲାର ୪ଟି ସ୍ଥାନରେ ରେଡ଼ ଚାଲିଥିବା ସୂଚନା ମିଳିଛି । ଅନୁଗୋଳ କାରଡ଼ାଗାଡ଼ିଆସ୍ଥିତ ବାସଭବନରେ ଢେଙ୍କାନାଳ ଭିଜିଲାନ୍ସ ବିଭାଗ DSP ଅନୁଷ୍କା ସେନାପତିଙ୍କ ନେତୃତ୍ୱରେ ଅନୁଗୋଳ, ଢେ଼ଙ୍କାନାଳ, କଟକ ଟିମର ୮ଜଣିଆ ସଦସ୍ୟ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି । ଅନୁଗୋଳ ଜିଲ୍ଲାର କରଡ଼ାଗାଡ଼ିଆ, ଲକେଇପସି, ମାଟିଆସାହି ଏବଂ ଶିକ୍ଷକପଡ଼ାରେ ସକାଳ ୫ଟାରୁ ଚଢ଼ାଉ ଜାରି ରହିଛି । ଘରୁ ପୁଳା ପୁଳା ଟଙ୍କା ମିଳିଥିବା ଦେଖିବାକୁ ମିଳିଛି । ବର୍ତମାନ ସୁଦ୍ଧା ପ୍ରାୟ ଏକ କୋଟି ନଗଦ ଟଙ୍କା ମିଳିଥିବା ଜଣା ପଡ଼ିଛି ।

Leave a Reply

Your email address will not be published. Required fields are marked *